ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ରେ ୨୦,୮୨୮ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୮୦,୩୭,୯୦୨ ଟଙ୍କା ଆଦାୟ ହୋଇଅଛି


ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୯୧ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୬୬,୦୧,୮୪୩.୯୮/-(ଛଅଷଠି ଲକ୍ଷ ଏକ ହଜାର ଆଠ ସହ ତେୟାଳିସ ଟଙ୍କା ଅଠାନବେ ପଇସା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୨୦,୫୮୫ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୫୨ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୧୪,୩୬,୦୫୮/-(ଚଉଦ ଲକ୍ଷ ଛତିସ୍ ହଜାର ଅଠାବନ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ Iଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଉପଖଣ୍ଡିୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀମତୀ ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଏସ୍.ଆର ତୋସାଲି ଏବଂ ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀ ମଦନ ମୋହନ ପାଢୀ, ଶ୍ରୀ କିଶୋର କୁମାର ସାହୁ, ଶ୍ରୀ ନବ କୁମାର କାଣ୍ଟା, ଶ୍ରୀ ବିଶ୍ୱନାଥ ଗନ୍ତାୟତ, ଶ୍ରୀ ମଙ୍ଗଳ ମୂର୍ତ୍ତୀ ବେଉରିଆ, ଶ୍ରୀ ଦେବରାଜ ନାଏକ, ଶ୍ରୀମତି ଭାରତି ତ୍ରିପାଠି ଓ ଶ୍ରୀ ଭି. ଅବତାର ପ୍ରମୁଖ ବିଭିନ୍ନ ଅଦାଲତ ପରିସରରେ ଅନୁଷ୍ଠିତ ହେଇଥିବା ବେଞ୍ଛରେ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l

Leave a Reply

Your email address will not be published. Required fields are marked *

error: Content is protected !!