ରାଶିଫଳ ଆଜି, ୧୧ ଜାନୁଆରୀ, ରବିବାର

ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ସୃଷ୍ଟି ହେବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ, ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ତଥା ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ।

କର୍କଟ : ଚତୁର୍ଥ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ।

ସିଂହ : ତୃତୀୟ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ହେବେ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ।

ବିଛା : ଦ୍ୱାଦଶ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ।

ଧନୁ : ଏକାଦଶ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ।

ମକର : ଦଶମ ଚନ୍ଦ୍ର ଯୋଗୁ ହୃତ ଗୌରବ, ହୃତ ସମ୍ମାନ ଫେରି ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ।

କୁମ୍ଭ : ନବମୀ ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ।

ମୀନ : ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ।

Leave a Reply

Your email address will not be published. Required fields are marked *

error: Content is protected !!