ମେଷ : ଅଷ୍ଟମଚନ୍ଦ୍ର ବିଷ୍ଟୀକରଣ ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେପଡ଼ିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ।
ବୃଷ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ଆମୋଦ ପ୍ରମୋଦରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଧାର୍ମିକ ସ୍ଥଳକୁ ଭ୍ରମଣରେ ଯାଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ।
ମିଥୁନ : ଷଷ୍ଠଚନ୍ଦ୍ର ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ।
କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପ୍ରାୟବନ୍ଧୁଙ୍କ ସହ ମତାନ୍ତର ଘଟିବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ । ବିଦ୍ୟାରେ ବିଫଳତା, ମନରେ ଅସ୍ଥିରତା ଏବଂ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଯିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ।
ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ।
କନ୍ୟା : ତୃତୀୟ ଚନ୍ଦ୍ର, ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ।
ତୁଳା : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ହୋଇବାରେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇପାରେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ।
ବିଛା : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧ୍ୟାନ ଦେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ।
ଧନୁ : ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ। ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତି ମୂଳକକର୍ମରେ ଧନର ବିନିଯୋଗ କରିବେ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କ ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ।
ମକର : ଏକାଦଶ ଚନ୍ଦ୍ର, ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ସିଂହ ଭାଗ ସଞ୍ଚୟରେ ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟକରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ।
କୁମ୍ଭ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟଦାୟକ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ।
ମୀନ: କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ।
