​ରାୟଗଡ଼ା ସହରରେ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରିବା ପାଇଁ ମୈଦାନକୁ ଓହ୍ଲାଇଛନ୍ତି ରାୟଗଡ଼ା ଏସ୍.ପି. ଶ୍ରୀ ରାଜ ପ୍ରସାଦ(ଜିଲ୍ଲା ଆରକ୍ଷୀ ଅଧୀକ୍ଷକ)।

ବ୍ୟୁରୋ ରିପୋର୍ଟ (ପରିସ୍କାରଓଡିଶା ନ୍ୟୂଜ)

​ଆଜି ଏସ୍.ପି.ଶ୍ରୀ ରାଜ ପ୍ରସାଦ ହଠାତ୍ ରାୟଗଡ଼ା ଥାନା ପରିଦର୍ଶନ କରିବା ସହ ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକଙ୍କ ନିକଟକୁ ଯାଇ ସେମାନଙ୍କ ଅଭିଯୋଗ ଓ ସମସ୍ୟା ଗୁଡ଼ିକୁ ବୁଝିଥିଲେ। ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ସେ ସମ୍ପୃକ୍ତ ପୋଲିସ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।
​ଥାନା ପରିଦର୍ଶନ ପରେ ଏସ୍.ପି. ନିଜେ ରାୟଗଡ଼ା ସହରର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଂ କରିଥିଲେ। ବିଶେଷ କରି ସହରର ‘ରେଲି ସାହି’ ଏବଂ ‘ପିଟଲା ସାହି’ ଅଞ୍ଚଳରେ ବୁଲି ସେଠାକାର ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି। ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ଅପରାଧମୂଳକ କାର୍ଯ୍ୟକଳାପ ଉପରେ ରୋକ୍ ଲଗାଇବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ଜୋରଦାର କରାଯିବ ବୋଲି ଏହି ଅବସରରେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *

error: Content is protected !!